Explore

Search
Close this search box.

Search

September 19, 2024 10:26 am

tadantnews
LATEST NEWS
Lifestyle

ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ତିନି ଜଣଙ୍କ ଜୀବନ, ଜଣେ ଆହତ |

Facebook
Twitter
WhatsApp
Email

 

Odisha

oi-Tanmaya Guin

|

ନବରଙ୍ଗପୁର : ପୁଣି ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଉମରକୋଟ ଝରିଗାଁ ବାସିନୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି ।

accident

ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଏକ ଗଛକୁ କାର୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତିନିଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଜଣେ ମହିଳାଙ୍କୁ ଚିକିତ୍ସା ପାଇଁ କୋରାପୁଟ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି ।

ମୃତକ ହେଲେ ରାଇଘର ଥାନା ଅନ୍ତର୍ଗତ ଛତାବେଡା ଗ୍ରାମର ଗାଡ଼ି ଚାଳକ ସୁରେଶ ମଣ୍ଡଳ, ସୋନପୁର ଗ୍ରାମର ଗୌରାଙ୍ଗ ରାୟ ଓ ଉମରକୋଟ ଥାନା ଅନ୍ତର୍ଗତ ଅଞ୍ଚଳ ଗ୍ରାମର ସତ୍ୟରଞ୍ଜନ ବେପାରୀ ।

ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଦୁର୍ଘଟଣାଗସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ଆମକୁ ଫୋଲୋ କରନ୍ତୁ

English summary

Three Persons Dead One Injured In Road Accident At Nabarangpur

Story first published: Friday, June 30, 2023, 10:14 [IST]

 

Tadant News
Author: Tadant News

Leave a Comment